ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ , ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଅକ୍ଷର ବ୍ୟୁରୋ : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ | ବିଜୁ ବାବୁଙ୍କ ଜୟନ୍ତୀକୁ ଆଡ଼ମ୍ବର ସହକାରେ ପାଳନ କରିବେ ରାଜ୍ୟ ସରକାର | ଏଥିପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ | ଜୟଦେବ ଭବନରେ ହେବାକୁ ଥିବା ଜୟନ୍ତୀ ସମାରୋହରେ ଉପସ୍ଥିତ ରହିବାକୁ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ |

ବିଜୁ ବାବୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ | ସୋସିଆଲ ମିଡ଼ିଆ ଏକ୍ସରେ ସେ ଲେଖିଛନ୍ତି , ମହାନ ଜନନାୟକ ,ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି | ତାଙ୍କ ପରାକ୍ରମ ,ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ କରିବାରେ ବଳିଷ୍ଠ ଅବଦାନ , ନାରୀ ସଶକ୍ତିକରଣ ଏବଂ ଓଡିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବାରେ ବହୁମୂଲ୍ୟ ଯୋଗଦାନ ଆମକୁ ପ୍ରେରଣା ଯୋଗାଇ ଆସିଛି | ତାଙ୍କ ପ୍ରଦର୍ଶିତ ମାର୍ଗରେ ଓଡ଼ିଆ ସ୍ୱାଭିମାନ ରକ୍ଷା ସହ ଲୋକଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ଆମେ ବଦ୍ଧପରିକର |

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)