ପୁରୀ : ଆଜି ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ | ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ | ଏଥିପାଇଁ ଶ୍ରୀମନ୍ଦିରରେ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ | ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବ ପରେ ଅପରାହ୍ନ ପ୍ରାୟ ୫ଟା ରୁ ନୀତି ଆରମ୍ଭ ହେବ ସହ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ଅପରାହ୍ନ ୫ ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ | ରାତି ୧୦ ଟା ପରେ ସର୍ବସାଧାରଣ ଦର୍ଶନ ସ୍ୱାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି |
ବନକଲାଗି ନୀତି ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରଖାଯାଇଛି | ମାର୍ଚ୍ଚ ୫ ଓ ୬ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ୟ ବନ୍ଦ ରାଘିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି |















Leave a Reply