ସୁଭଦ୍ରା ଯୋଜନା ନେଇ ବଡ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା : ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ଭୁବନେଶ୍ୱର : ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଅପଡେଟ। ବଞ୍ଚିତ ହିତାଧିକାରୀ ଖୋଜିବେ ସରକାର। ପ୍ରଭାତୀ ଦେଲେ ବଡ ସୂଚନା। ମାର୍ଚ୍ଚ ୬ ତାରିଖ ଅର୍ଥାତ ଆସନ୍ତାକାଲି ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା । ଆଉ ତା ପରେ ପରେ ପୁଣି ଦିନକ ପରେ ଆଉ ଥରେ ମିଳିବ ସୁଭଦ୍ରା ଟଙ୍କା । ମାତ୍ର ୩ ଦିନ ଭିତରେ ଦୁଇ ଦୁଇ ଥର ଟଙ୍କା ପାଇବେ ହିତାଧିକାରୀ । ଅର୍ଥାତ ୧୦ ହଜାର ଟଙ୍କା ବ୍ୟାଙ୍କ ଆକାଉଣ୍ଟକୁ ଆସିବ ।ତେବେ ବଞ୍ଚିତ ହିତାଧିକାରୀ ଖୋଜିବାକୁ ସରକରା ବଡ ପ୍ରୟାସ କରିଥିବା ଜଣା ପଡ଼ିଛି। ଏବେ ଡୋର ଟୁ ଡୋର ସର୍ଭେ ହେବ ବୋଲି ଜଣା ପଡ଼ିଛି। ମାର୍ଚ୍ଚ ୩୧ ଯାଏଁ ଆବେଦନ ବନ୍ଦ କରି ସର୍ଭେ ହେବ ଏନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏବେ ପର୍ଯ୍ୟନ୍ତ ସୁଭଦ୍ରା ଯୋଜନାରେ ରେ ୧କୋଟି ୮ଲକ୍ଷ ମହିଳାଙ୍କ ଆବେଦନ କରିଥିବା ବେଳେ ୫ଟି ପର୍ଯ୍ୟାୟରେ ୧ କୋଟି ୨୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ପ୍ରାପ୍ତ ହୋଇଛି। ସେହିପରି ଫିଲଡ଼ ଭେରିଫିକେସନ ପରେ ଯାହା ରହିଯିବ ରକ୍ଷା ବନ୍ଧନରେ ଏକସଙ୍ଗେ ୩ଟି କିସ୍ତି ମିଳିବ । ମାର୍ଚ୍ଚ ୩୧ ତାରିଖ ଆବେଦନର ଶେଷ ତାରିଖ । ସର୍ଭେ ସରିବା ଯାଏଁ ଆବେଦନ ପ୍ରକ୍ରିୟାକୁ ବନ୍ଦ କରାଯିବ । ଯେଉଁମାନେ ଯୋଗ୍ୟ ହିତାଧିକାରୀ ସେମାନେ, ଏକାଥରେ ସେମାନେ ସୁଭଦ୍ରାର ତିନୋଟି କିସ୍ତି ପାଇବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)