ଅକ୍ଷର ବ୍ୟୁରୋ: ଭୁବନେଶ୍ୱର ଭଳି କଟକରେ ବି ବାଣଫୁଟା ପାଇଁ ୨ ଘଣ୍ଟା ଅନୁମତି । ସଂଧ୍ୟା ୭ରୁ ରାତି ୯ଟା ଯାଏଁ ୨ ଘଣ୍ଟା ବାଣଫୁଟା ଅନୁମତି । ଏନେଇ ସୂଚନା ଦେଲେ କଟକ ଡିସିପି ରିଷିକେଶ ଖିଲାରି । ପୋଲିସର ନଜର ରହିବ, ଖିଲାପ କଲେ କାର୍ଯ୍ୟାନୁଷ୍ଠାନ । କାଳୀପୂଜା ଥିବାରୁ ବିଭିନ୍ନ ପୂଜା ମଣ୍ଡପ ଓ ସମ୍ବେଦନଶୀଳ ସ୍ଥାନରେ ପୋଲିସ ମୁତୟନ । ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି । ଏଥିଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି । ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ଏହାପୂର୍ବରୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ ଗାଇଡଲାଇନ୍ ଆସିଛି । ନିୟମ ବିରୋଧରେ ଗଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ । କାଳୀ ପୂଜା ଥିବାରୁ ବିଭିନ୍ନ ପୂଜା ମଣ୍ଡପ ଓ ସମ୍ବେଦନଶୀଳ ସ୍ଥାନରେ ପୋଲିସ ମୁତୟନ ହେବେ ।
ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ୱରରେ ରାତି ୯ଟା ପରେ ବାଣଫୁଟା ବନ୍ଦ ନେଇ ଭୁବନେଶ୍ୱର ଡିସିପି ଜଗମୋହନ ମୀନା କଡା ନିର୍ଦ୍ଦେଶ ଦେଇଥିଲେ । ଏହାସହ ସେ କହିଥିଲେ ଯେ ଉଚ୍ଚ ଶବ୍ଦ ସଂପନ୍ନ ବାଣ ଫୁଟାଇଲେ କଡା କାର୍ଯ୍ୟାନୁଷ୍ଠାନ ହେବ । ସବୁଜ ବାଣ ଫୁଟାଇବା ପାଇଁ ପୋଲିସ ଅନୁରୋଧ କରିଛି । ମଦ ପିଇ ଗାଡି ଚଳାଇଲେ ଅଟକ ରହିବେ ଚାଳକ । ଗାଡିକୁ ଜବତ କରି ନେଇଯିବ ପିସିଆର ଭ୍ୟାନ । ସବୁ ଥାନାରେ ପାଟ୍ରୋଲିଂ ଭ୍ୟାନ ଆଲର୍ଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବେଆଇନ ବାଣ ବିକିଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ।












Leave a Reply