ବାଲେଶ୍ୱର FM କଲେଜ ପୀଡିତାଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ରାଶି ପ୍ରଦାନ ।

ବାଲେଶ୍ୱର FM କଲେଜ ପୀଡିତାଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ପ୍ରଦାନ। ପରିବାରକୁ ଭେଟି ୨୦ ଲକ୍ଷର ଚେକ୍‌ ଦେଲେ ସାଂସଦ ପ୍ରତାପ ଷଡଙ୍ଗୀ। ପୀଡିତାଙ୍କ ମୃତ୍ୟୁ ପରେ ୨୦ ଲକ୍ଷର ସହାୟତା ରାଶି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ଏହା ସହ ବାଲେଶ୍ୱର ରେଡ୍‌କ୍ରସ ପକ୍ଷରୁ ୨୫ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି।

ସୂଚନା ଅନୁସାରେ, ୧୨ ତାରିଖ ମଧ୍ୟାହ୍ନରେ ପୀଡ଼ିତା ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ୱାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍‌ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଚିକିତ୍ସା କରିଥିଲେ। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ତେବେ ଡାକ୍ତରମାନଙ୍କ ସମସ୍ତ ପ୍ରୟାସ ସତ୍ତ୍ୱେ ପୀଡ଼ିତାଙ୍କ ସ୍ୱାସ୍ଥ୍ୟରେ କୌଣସି ଉନ୍ନତି ପରିଲକ୍ଷିତ ହୋଇ ନଥିଲା। ତାଙ୍କର ଶ୍ୱାସନଳୀ, ହୃତ୍‌ପିଣ୍ଡ, ବୃକକ୍‌ ସମେତ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ ଅକାମି ହୋଇ ପଡ଼ିଥିଲା। ଶେଷରେ ୧୫ ତାରିଖ ରାତି ପ୍ରାୟ ୧୨ଟାରେ ପରିବାର ସଦସ୍ୟ ଓ ହସ୍ପିଟାଲରେ ଉପସ୍ଥିତ ଥିବା ସାଙ୍ଗମାନଙ୍କୁ ଛାତ୍ରୀଙ୍କ ମୃତ୍ୟୁ ସମ୍ପର୍କରେ ଅବଗତ କରାଯାଇଥିଲା। ସଙ୍ଗେ ସଙ୍ଗେ ହସ୍ପିଟାଲ ପରିସର କାନ୍ଦବୋବାଳିରେ ଫାଟି ପଡ଼ିଥିଲା। ଏହାର କିଛି ସମୟ ପରେ ଡାକ୍ତର ତାଙ୍କୁ ବିଧିବଦ୍ଧ ଭାବେ ମୃତ ଘୋଷଣା କରିଥିଲେ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)