ଅକ୍ଷର ବ୍ୟୁରୋ: ମାଲକାନଗିରି ଜିଲ୍ଲା ପୁଲିସ୍ ନିକଟରେ ୨୨ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓ ସାମଗ୍ରୀ ସହ ମାଓବାଦୀମାନେ ପୁଲିସ୍ ଡିଜି ୱାଇ ବି ଖୁରାନିଆଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଏନେଇ ଜିଲ୍ଲା ପୁଲିସ୍ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ପୁଲିସ୍ ଡିଜି, ଡ଼ିଆଇଜି କନୱର ଵିଶାଲ ସିଂ, ମାଲକାନଗିରି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ମାଲକାନଗିରି ଏସପି ବିନୋଦ ପାଟିଲ ଏଚ ଓ ଅନ୍ୟ ପୁଲିସ୍ ଅଧିକାରୀ ଉପସ୍ଥିତ ଥିଲେ । ହିଂସାର ପଥ ଛାଡି ଆତ୍ମସମର୍ପଣ କଲେ ସରକାରୀ ସ୍ତରରେ ସେମାନଙ୍କୁ ବିଭିନ୍ନ ସହାୟତା ପ୍ରଦାନ ସହ ଥଇଥାନ କରାଯିବ ବୋଲି ପୁଲିସ୍ ଡିଜି ପ୍ରକାଶ କରିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାଁରେ ୨କୋଟି ୨୫ ଲକ୍ଷ ରୁ ଅଧିକ ଟଙ୍କା ର ପୁସ୍କାର ରାଶି ଥିଲା । ଆତ୍ମସମର୍ପଣ ପରେ ସମସ୍ତଙ୍କୁ ସରକାରୀ ନୀତି ଅନୁଯାୟୀ ଥଇଥାନ କରାଯିବ ବୋଲି ପୁଲିସ୍ ପ୍ରକାଶ କରିଛି । ଦୁଇ ଜଣ ଆନ୍ଧ୍ର ଓଡିଶା ବୋର୍ଡ ଜୋନାଲ କମିଟି ର ସଦସ୍ୟ ହୋଇଥିବାବେଳେ ୨୦ଜଣ ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟି ର ସଦସ୍ୟ ଥିଲେ । ଏମାନଙ୍କ ମଧ୍ୟରେ କୁଖ୍ୟାତ ମାଓ ନେତା ଡିସିଏମ ଲିଙ୍ଗେ ମଧ୍ୟ ସାମିଲ ଅଛି ବହୁ ବଡ଼ ବଡ଼ ମାଓ ହିଂସାକାଣ୍ଡରେ ଏମାନେ ସାମିଲ ଥିଲେ ।












Leave a Reply