ରାଜ୍ୟରେ ୨୫୦ଟି ନୂଆ ଆମ୍ବୁଲାନ୍ସ ସେବା ଆରମ୍ଭ; ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଅକ୍ଷର ବ୍ୟୁରୋ: ରାଜ୍ୟର ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଆହୁରି ୨୫୦ଟି ନୂଆ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ପରିସରରୁ ନୂଆ ଆମ୍ବୁଲାନ୍ସକୁ ଲୋକାର୍ପଣ କରିଛନ୍ତି । ରାଜ୍ୟ ସରକାର ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିବା ପାଇଁ ନିଷ୍ପତ୍ତି ନେଇଥିଲେ । ସେଥିମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୨୦୨୫ ମସିହା ଡିସେମ୍ବର ୨୩ ତାରିଖ ଦିନ ୧୫୦ଟି ଆମ୍ବୁଲାନ୍ସ ଲୋକାର୍ପିତ କରାଯାଇଥିଲା । ତେବେ ଦ୍ୱିତୀୟ ପର୍ଯ୍ୟାୟରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧିକ ୨୫୦ଟି ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି । ଏଥିରେ ବିମାନବନ୍ଦର ନିମନ୍ତେ ୫ଟି ଏବଂ ଝାରସୁଗୁଡ଼ା ସ୍ଥିତ କାର୍ଡିଆକ୍ କେୟାର୍ ହସ୍ପିଟାଲ ନିମନ୍ତେ ୨ଟି ଅତ୍ୟାଧୁନିକ ଲାଇଫ୍ ସପୋର୍ଟ (ALS) ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି । ତେବେ ପ୍ରତି ଆସୁଲାନ୍ସ ପିଛା ୨୫.୭୭ ଲକ୍ଷ ଟଙ୍କା ହିସାବରେ ୪୨୮ଟି ଆମ୍ବୁଲାନ୍ସ ପାଇଁ ପ୍ରାୟ ୧୧୧ କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ବିନିଯୋଗ କରିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)