ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ ଅନୁଷ୍ଠିତ; କୋଭିଡ୍ ପାଇଁ ୩୦୦ ଡାକ୍ତର ନିୟୋଜିତ ।

ଆଜି ଦିନ ୧୧ଟାରେ ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା। ଶୃଙ୍ଖଳିତ ରଥଯାତ୍ରା ନେଇ ଏବଂ ଆଗକୁ ଆସୁଥିବା ଦେବସ୍ନାନ ପୂର୍ଣ୍ଣିମା ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା। ଏଥର ଦେବସ୍ନାନ ପୂର୍ଣ୍ଣିମାରେ ମୋଟ 70 ପ୍ଲାଟୁନ୍ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ଵରେ ରହିବେ। ତା’ସହ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ୩୦୦ ଡାକ୍ତରଙ୍କୁ ନିୟୋଜିତ କରାଯିବ। ତେଣୁ କୋଭିଡ୍ ପାଇଁ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ଏଆଇ ସୁରକ୍ଷା ବ୍ୟବସ୍ଥା ସିସିଟିଭି କ୍ୟାମେରା ମାଧ୍ୟମରେ ନିୟନ୍ତ୍ରିତ ହେବ। ସମନ୍ୱିତ ନିୟନ୍ତ୍ରଣ କମାଣ୍ଡ ସେଣ୍ଟର ସହିତ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ବଜାୟ ରଖାଯିବ ଏବଂ ଏକ ୱାର୍ ରୁମ୍ ସ୍ଥାପନ କରାଯିବ।

ଏହା ସହିତ ରଥ ନିର୍ମାଣ ଅଗ୍ରଗତି, ରାସ୍ତାଘାଟ ମରାମତି, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ଟ୍ରାଫିକ କଟକଣା ଏବଂ ଯୋଗାଯୋଗ ବ୍ୟବସ୍ଥା ଇତ୍ୟାଦି ପ୍ରସଙ୍ଗରେ ବିଭିନ୍ନ ବିଭାଗୀୟ ଅଧିକାରୀ, ସେବାୟତ ବୃନ୍ଦ, ରଥଯାତ୍ରା ସମନ୍ୱୟ କମିଟି ଏବଂ ପୁରୀ ସହରର ବରିଷ୍ଠ ନାଗରିକ ମାନଙ୍କ ସହ ଆଲୋଚନା କରି ସମସ୍ତଙ୍କ ସହଯୋଗ ଲୋଡ଼ିଥିଲି। ତତସହିତ ଶ୍ରଦ୍ଧାଳୁଙ୍କ ସମାଗମ ଆଶଙ୍କା କରାଯାଉଥିବାରୁ ପାନୀୟଜଳ, ଶୌଚାଳୟ, ରହଣି ସୁବିଧା, ଅପରାଧ ଦମନ, ଭିଡ଼ ନିୟନ୍ତ୍ରଣ, ଠାକୁରଙ୍କ ଶୃଙ୍ଖଳିତ ଦର୍ଶନ, ଉଚିତ୍ ମୂଲ୍ୟରେ ମହାପ୍ରସାଦ ଉପଲବ୍ଧ କରିବା, ବସ ଓ ଟ୍ରେନ୍ ଯାତ୍ରାକୁ ସହଜ ଓ ସୁଗମ କରିବା, ସଫେଇ, ଉତ୍ତମମାନର ଖାଦ୍ୟ ବିକ୍ରି, ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ସର୍ବୋପରି ରଥଯାତ୍ରାରେ ନୀତିନିର୍ଘଣ୍ଟ ଓ ନୀତିକାନ୍ତି ଉପରେ ଆଲୋଚନା ହୋଇଥିଲା।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)