ଗୁରୁଦିବସ ଉପଲକ୍ଷେ ଜାତୀୟ ଶିକ୍ଷକ ସମ୍ମାନରେ ସମ୍ମାନିତ ହେଲେ ଓଡ଼ିଶାର ୨ ଜଣ ଶିକ୍ଷକ ।

ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହରେ ଗୁରୁ ଦିବସରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ-୨୦୨୫ । ମାଲକାନଗିରିର ବସନ୍ତ ରଣା ଓ କୋରାପୁଟର ତରୁଣ ଦାଶ ସମ୍ମାନିତ । ମାଲକାନଗିରି କୋଣ୍ଡେଲ ନିୟୁ ହାଇସ୍କୁଲର ଶିକ୍ଷକ ବସନ୍ତ ରଣା । କୋରାପୁଟ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ଶିକ୍ଷକ ତରୁଣ ଦାଶ । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର କୁନି କୁନି ପିଲାଙ୍କୁ ଭଲ ପାଉଥିବା ଶିକ୍ଷକ ଓ ଶିକ୍ଷାକୁ ବୃତ୍ତି ଭାବେ ବାଛି ନେଇଥିବା ଶିକ୍ଷକ ବସନ୍ତ କୁମାର ରଣା ୨୦୨୫ ମସିହା ପାଇଁ ଜାତୀୟ ଶିକ୍ଷକ ପୁରସ୍କାର ପାଇଛନ୍ତି । ମାଲକାନଗିରି ଜିଲ୍ଲାର କନ୍ଦେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟରତ ବସନ୍ତ କୁମାର ରଣା ଚଳିତ ବର୍ଷ ପାଇଁ ଜାତୀୟ ଶିକ୍ଷକ ପୁରସ୍କାର ପାଇଛନ୍ତି।

ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସଦା ସର୍ବଦା ଚେଷ୍ଟିତ ଏହି ଶିକ୍ଷକ ଛାତ୍ରଛାତ୍ରୀମାନଙ୍କ ପାଇଁ ଉତ୍ସର୍ଗୀକୃତ । ସେ ଏହି ପୁରସ୍କାର ପାଇଁ ୫୦୦୦୦ ଅର୍ଥ ରାଶି ଓ ମାନ ପତ୍ର ପାଇଛନ୍ତି । ସେହିପରି କୋରାପୁଟ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ଯାଳୟରେ ଶିକ୍ଷକ ଅଛନ୍ତି ତରୁଣ । ଅବିଭକ୍ତ କୋରାପୁଟ ଜିଲ୍ଲାର ଶିକ୍ଷକମାନେ ଶିକ୍ଷା କ୍ଷେତ୍ରରେ ନୂଆ ପ୍ରୟାସ ପାଇଁ ଶିକ୍ଷା କ୍ଷେତ୍ରରେ ଦେଶର ସର୍ବୋଚ୍ଚ ସମ୍ମାନ ପାଇବା ନୂଆ ପରାମ୍ପରା ସୃଷ୍ଟି କରିଛି । ଗତ ବର୍ଷ ରାୟଗଡ଼ା ଜିଲ୍ଲାର ବିଲେଷୁ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀ ଚନ୍ଦ୍ର ସାହୁ ଓ କଳାହାଣ୍ଡି ଜିଲ୍ଲାର ସନ୍ତୋଷ କୁମାର କର ଏହି ସମ୍ମାନ ପାଇଥିଲେ । ଅବିଭକ୍ତ କୋରାପୁଟ ଜିଲ୍ଲାରେ ଶିକ୍ଷକ ମାନେ ଶିକ୍ଷାର ବିକାଶ ଲାଗି ନୂଆ ପରୀକ୍ଷାନିରୀକ୍ଷା ଦେଶର ଶିକ୍ଷାବିତ୍ତଙ୍କ ମନ କିଣୁଛି । ଅତୀତରେ ଓମ ପ୍ରକାଶ ମିଶ୍ର, ପବିତ୍ର ମୋହନ ଦାଶ, ପ୍ରଦୀପ କୁମାର ମିଶ୍ର ଏହି ସମ୍ମାନ ହାସଲ କରିଛନ୍ତି । କ୍ରମାଗତ ଭାବେ ଅବିଭକ୍ତ କୋରାପୁଟ ଜିଲ୍ଲାରୁ ଶିକ୍ଷକମାନେ ଜାତୀୟ ଶିକ୍ଷକ ସମ୍ମାନ ହାସଲ କରିବା ଶିକ୍ଷା ବ୍ୟବସ୍ଥା ପାଇଁ ନୂଆ ପରମ୍ପରା ସୃଷ୍ଟି କରିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)