ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଯୋଗୁଁ ୫ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା

ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ୫ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ଦୂରଦୂରାନ୍ତରୁ ଆସିଥିବା ଭକ୍ତମାନେ ସେହି ଅନୁସାରେ ଦର୍ଶନ କରିବା ପାଇଁ ଯୋଜନା କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିବେଦନ କରିଛି । ଦତ୍ତ ମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନ ସାମଗ୍ରୀରେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରିବେ ।   

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)