ରାଜ୍ୟସଭା ନିର୍ବାଚନକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବଡ଼ ମନ୍ତବ୍ୟ:

ଅକ୍ଷର ବ୍ୟୁରୋ: ରାଜ୍ୟସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା । ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ବିଜେପି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି । ତେବେ ଏହାରି ମଧ୍ୟରେ ରାଜ୍ୟସଭା ନିର୍ବାଚନକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବଡ଼ ମନ୍ତବ୍ୟ ଦେଇଛନ୍ତି । ସେ କହିଛନ୍ତି କହିଛନ୍ତି, ବିଜେପି ଘୋଡ଼ା ବେପାର କରୁଛି । ଗଣତାନ୍ତ୍ରିକ ବ୍ୟବସ୍ଥାରେ ଏହା ଏକ ଅପରାଧ ବୋଲି ନବୀନ କହିଛନ୍ତି । ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି । ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି । ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ । ରାଜ୍ୟ ସଭା ନିର୍ବାଚନ ପରିଚାଳନା ଉପରେ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେବେ ।

ବିଜେଡି ବିଧାୟକମାନେ ଯୋଗ ଦେଇ ନିର୍ବାଚନ ପ୍ରକ୍ରିୟା ବାବଦରେ ବୁଝିବେ । ରାଜ୍ୟ ସଭା ନିର୍ବାଚନ ମାର୍ଚ୍ଚ ୧୬ରେ ଅନୁଷ୍ଠିତ ହେବ । ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ ନିଜ ୮ ବିଧାୟକଙ୍କୁ ନେଇ ବେଙ୍ଗାଲୁରୁ ଚାଲି ଯାଇଛନ୍ତି । ମାତ୍ର ବାକି ୬ ଜଣ ବିଧାୟକ ଓଡ଼ିଶାରେ ଅଛନ୍ତି । ସେମାନେ ହେଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ବିଧାୟକ ତାରାପ୍ରସାଦ ବାହିନୀପତି, ରମେଶ ଜେନା, ସାଗର ଦାସ, ଦାଶରଥି ଗମାଙ୍ଗ ଏବଂ ସୋଫିଆ ଫିର୍ଦ୍ଦୋସ ଓଡ଼ିଶାରେ ଅଛନ୍ତି । ସବୁଠାରୁ ଆଶ୍ଚର୍ଯ୍ୟର ବିଷୟ ବିଧାୟକ ଦାଶରଥି ଗମାଙ୍ଗ କଂଗ୍ରେସର କୌଣସି ନେତାଙ୍କୁ ଧରାଛୁଆଁ ଦେଉନାହାନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)