କଟକ SCB ଭୟଙ୍କର ଅଗ୍ନିକାଣ୍ଡରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ।

ଅକ୍ଷର ବ୍ୟୁରୋ: କଟକ SCB ଅଗ୍ନିକାଣ୍ଡରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି । ମୃତକଙ୍କ ପରିବାରକୁ ୨ ଲକ୍ଷ ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ସୂଚନା ଅନୁସାରେ ଗତକାଲି SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏହି ଅଗ୍ନିକାଣ୍ଡରେ ୧୦ ମୃତକଙ୍କ ପରିଚୟ ମିଳିଛି । ୧୦ ମୃତକ ଜଣଙ୍କ ମଧ୍ୟରେ ରମେଶ ପରିଡ଼ା, ଦାଶରୁ ମୁଣ୍ଡା, ଏମ.ଡି ନ୍ୟୁମ, ଗୌରାଙ୍ଗ ବାରିକ, ଏସ କେ ଅବଦୁଲ ସତାର, ମଧୁସୂଦନ ଦଳାଇ, କୃଷ୍ଣଚନ୍ଦ୍ର ବିଶ୍ୱାଳ, ରବୀନ୍ଦ୍ର ଦାସ, ଚେରୁ ପରିଡ଼ା, ମେନକା ରାଉତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ ବୋଲି ଜଣାପଡ଼ିଛି । ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି ଉପୁଜିଛି । ଗୁରୁତର ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । କେମିତି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି । SCB ଅଗ୍ନିକାଣ୍ଡ ପରେ ଘଟଣାସ୍ଥଳରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିବା ସହ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଥିଲେ । ମେଡିକାଲ ବୁଲି ଦେଖିବା ପରେ ସହାୟତା ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାସହ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ବିଦ୍ୟୁତ ସର୍ଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)