ରାଜ୍ୟରେ ୭ଦିନ ବଜ୍ରପାତ ସହ କୁଆପଥର ବର୍ଷାର ପ୍ରଭାବ; କୁଆପଥର ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ।

ଅକ୍ଷର ବ୍ୟୁରୋ: ଦିନସାରା ଖରା, ସନ୍ଧ୍ୟା ହେଲା ମାତ୍ରେ ଝଡ଼ବର୍ଷାର ଉତ୍ପତ୍ତି । ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ତାଣ୍ଡବ ରଚୁଛି । ଓଡିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୭ ଦିନ ବଜ୍ରପାତ ସହ କୁଆପଥର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାକୁ ବଜ୍ରପାତ ସହ କୁଆପଥର ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ସେହିପରି ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Related Articles

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)