ଯାଜପୁର ଜିଲ୍ଲା ବ୍ରହ୍ମବରଦା ଥାନା ଅଞ୍ଚଳରେ ନିଆଁ; ୭ ଦୋକାନ ସହ ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ ।

ଅକ୍ଷର ବ୍ୟୁରୋ: ଯାଜପୁର ଜିଲ୍ଲା ବ୍ରହ୍ମବରଦା ଥାନା ଅଂଚଳରେ ବିଳମ୍ବିତ ରାତିରେ ଲାଗିଥିଲା ନିଆଁ । ହୁତୁ ହୁତୁ ହୋଇ ଜଳିଗଲା ୭ ଦୋକାନ । ସବୁ ଜଳି ପୋଡି ହୋଇଗଲା ପାଉଁଶ । ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ । ୭ଟି ଦୋକାନ ସମ୍ପୂର୍ଣ୍ଣ ଜଳି ପୋଡି ପାଉଁଶ ହୋଇଯାଇଥିବା ବେଳେ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସରକାରୀ ସହାୟତା ଯୋଗାଇଦେବାକୁ ଦାବି କରିଛନ୍ତି ବ୍ୟବସାୟୀ । ଘଟଣାସ୍ଥଳରେ ବ୍ରହ୍ମବରଦା ଆରଆଇ ପହଞ୍ଚି କ୍ଷୟକ୍ଷତିର ଆକଳନ କରିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)