ଅକ୍ଷର ବ୍ୟୁରୋ: ଭିଜିଲାନ୍ସ ଜାଲରେ ରାଜସ୍ୱ ନିରୀକ୍ଷକ । କଟକ ଜିଲ୍ଲା ଟାଙ୍ଗୀ-ଚୌଦ୍ବାର ତହସିଲ୍ ଅନ୍ତର୍ଗତ ମଙ୍ଗରାଜପୁରର ରାଜସ୍ୱ ନିରୀକ୍ଷକ ରାଜାରାମ ବନ୍ଦ୍ରା ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ୩୦ ହଜାର ଟଙ୍କା ନେବାବେଳେ ଧରିଛି ଭିଜିଲାନ୍ସ । ଆର.ଆଇ ରାଜାରାମ ବନ୍ଦ୍ରା, ଏକ ମ୍ୟୁଟେସନ୍ ପାଇଁ ଜମି ମାଲିକଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହାପରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ୨ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରୁଛି ।
ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା ରାଜସ୍ୱ ନିରୀକ୍ଷକ; ୩୦ ହଜାର ଟଙ୍କା ଲାଞ୍ଚ ନେଉଥିଲାବେଳେ ଭିଜିଲାନ୍ସର ଚଢ଼ାଉ ।












Leave a Reply