ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଅକ୍ଷର ବ୍ୟୁରୋ: ପବିତ୍ର ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଏହି ଐତିହାସିକ ଦିବସ ଅବସରରେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଓଡ଼ିଆ ଭାଇ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ବୋଲି କହିଛନ୍ତି । ଭାଷା ଭିତ୍ତିରେ ଗଠିତ ପ୍ରଥମ ପ୍ରଦେଶ ଭାବେ ଓଡ଼ିଶା ବିଶ୍ୱ ଦରବାରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲା ।

ଏହି ଅବସରରେ ମୁଁ ସେହି ମହାନ ବରପୁତ୍ରମାନଙ୍କୁ ମୋର ଗଭୀର ଶ୍ରଦ୍ଧାଞ୍ଜଳି ଜଣାଉଛି, ଯେଉଁମାନଙ୍କ ତ୍ୟାଗ ଓ ଦୂରଦୃଷ୍ଟି ଯୋଗୁଁ ଏକ ସ୍ୱତନ୍ତ୍ର ଓଡ଼ିଶା ସମ୍ଭବ ହୋଇଥିଲା । ଆମ ସରକାର ଓଡ଼ିଆ ଅସ୍ମିତା ଓ ସଂସ୍କୃତିର ସୁରକ୍ଷା ପାଇଁ ସଦାସର୍ବଦା ପ୍ରତିଶ୍ରୁତିବଦ୍ଧ । ପ୍ରତିଟି ଓଡ଼ିଆର ସ୍ୱପ୍ନ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ଆମେ ନିରନ୍ତର କାର୍ଯ୍ୟ କରିଚାଲିଛୁ । ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ିତୋଳିବା ଆମର ଏକମାତ୍ର ଲକ୍ଷ୍ୟ । ଆଜିର ଏହି ପବିତ୍ର ଦିନରେ ଆସନ୍ତୁ ଆମେ ସମସ୍ତେ ମିଶି ଏକ ‘ସମୃଦ୍ଧ ଓଡ଼ିଶା’ ଗଠନ ପାଇଁ ଦୃଢ଼ ଶପଥ ନେବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)