ଅକ୍ଷର ବ୍ୟୁରୋ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଓଡ଼ିଶା ଦିବସ ଅବସରରେ ପ୍ରତି ଓଡିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୋଦୀ । ସେ ଏକ୍ସରେ ଲେଖିଛନ୍ତି, ଉତ୍କଳ ଦିବସର ବିଶେଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ମହାନତାର ଏକ ଶାଶ୍ୱତ ପ୍ରତୀକ ରୂପେ ସଗୌରବେ ଦଣ୍ଡାୟମାନ ରହିଛି । ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ମାର୍ଗରେ ସମୃଦ୍ଧ କରିଛି । ନିଜର ଦୃଢ଼ସଂକଳ୍ପ, ସରଳତା ଏବଂ ସ୍ନେହ ପାଇଁ ପରିଚିତ ଓଡ଼ିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଦେଇଛନ୍ତି । ଓଡ଼ିଶା ଆଗାମୀ ଦିନରେ ପ୍ରଗତିର ନୂଆ ଶିଖର ଛୁଇଁବ ବୋଲି ଆଶା କରୁଛି ।
ଓଡ଼ିଶା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।












Leave a Reply