ଅକ୍ଷର ବ୍ୟୁରୋ: ରାଜ୍ୟର ସମସ୍ତ ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତା ମୂଳକ ହୋଇଛି । ଯଦି ନ ଲେଖିବେ ତେବେ ଆଇନର ଧାରା ୩୫ ଅନୁଯାୟୀ ଦଣ୍ଡିତ ହେବେ । ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଏହାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି । ଓଡ଼ିଆ ଭାଷାରେ ନାମ ଫଳକ ନ ରହିଲେ ହେବ ଆକ୍ସନ । ନିୟମ ଓଲଂଘନ କଲେ ଗଣିବେ ହଜାର ହଜାର ଟଙ୍କାର ଜରିମାନା । ଏନେଇ ଦୋକାନୀ ଓ ବ୍ୟବସାୟୀଙ୍କୁ ସଚେତନ କରିବା ପାଇଁ ଓଡ଼ିଆ ପକ୍ଷ ପାଳନ କରାଯାଉଛି । ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ପାଇଁ ଆଇନ ଅନୁଯାୟୀ ଏହା ବାଧ୍ୟତାମୂଳ । ଯଦି କୌଣସି ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନ ଓଡ଼ିଆରେ ନାମଫଳକ ନଲେଖନ୍ତି, ତେବେ ସେହି ପ୍ରତିଷ୍ଠାନର ମାଲିକଙ୍କୁ ପ୍ରଥମଥର ନିୟମ ଉଲଂଘନ ପାଇଁ ଅତିକମ୍ ରେ ୫ ହଜାର ଟଙ୍କାରୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ।
ସେହିପରି ଦ୍ୱିତୀୟ କିମ୍ବା ପରବର୍ତ୍ତୀ ଥର ଉଲଂଘନ ପାଇଁ ଅତିକମ୍ ରେ ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ । ଯଦି କୌଣସି ପ୍ରତିଷ୍ଠାନରେ ଏହିଭଳି ନାମ ଫଳକ ସ୍ପଷ୍ଟ ଭାବେ ଲେଖା ହୋଇନଥିବା ଆପଣଙ୍କ ଦୃଷ୍ଟିକୁ ଆସେ, ତେବେ ତୁରନ୍ତ ସ୍ଥାନୀୟ ଶ୍ରମ ଅଧିକାରୀ କିମ୍ବା ନିକଟତର ଶ୍ରମ କାର୍ଯ୍ୟାଳୟରେ ଅଭିଯୋଗ ଦାଖଲ କରିବା ପାଇଁ ବିଭାଗ ପକ୍ଷରୁ କୁହାଯାଇଛି ।












Leave a Reply