ସଡ଼କ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତିଙ୍କୁ ମିଳିବ ମାଗଣା ଚିକିତ୍ସା; ଭାରତ ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ ରାହତ’ ଯୋଜନା କାର୍ଯ୍ୟକାରୀ ।

ଅକ୍ଷର ବ୍ୟୁରୋ: ସଡ଼କ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତିଙ୍କୁ ତୁରନ୍ତ ମାଗଣା ଚିକିତ୍ସା ଯୋଗାଇଦେବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ ରାହତ’ ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହି ଯୋଜନାର ସଫଳ ରୂପାୟନ ପାଇଁ ଓଡ଼ିଶା ପୋଲିସ୍ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଏବଂ ଡିସିପି ମାନଙ୍କୁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରାଯାଇଛି । ଏହି ଯୋଜନା ଅଧୀନରେ ଦୁର୍ଘଟଣାର ଶିକାର ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସର୍ବାଧିକ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କ୍ୟାସଲେସ୍ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ଏହି ବ୍ୟବସ୍ଥାରେ ପୋଲିସର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଦର୍ଶାଯାଇଛି । ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ପୋଲିସ୍ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ, ସାଧାରଣ ଆହତଙ୍କ କ୍ଷେତ୍ରରେ ୨୪ ଘଣ୍ଟା ଏବଂ ଗୁରୁତର ଆହତଙ୍କ କ୍ଷେତ୍ରରେ ୪୮ ଘଣ୍ଟା ମଧ୍ୟରେ ଇ-ଡିଏଆର୍ ପ୍ଲାଟଫର୍ମରେ ତଥ୍ୟ ଯାଞ୍ଚ ଓ ଅନୁମୋଦନ କରିବାକୁ ପୋଲିସକୁ କୁହାଯାଇଛି । ଯଦି ଦୁର୍ଘଟଣା ଅନ୍ୟ କୌଣସି ଥାନା ଅଞ୍ଚଳରେ ଘଟିଥାଏ, ତେବେ ମାତ୍ର ୩ ଘଣ୍ଟା ମଧ୍ୟରେ ଅଧିକାର କ୍ଷେତ୍ର ପରିବର୍ତ୍ତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)