୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ଆସନ ସଂରକ୍ଷଣ କରିବାକୁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି ।

ଅକ୍ଷର ବ୍ୟୁରୋ: ୨୦୨୭ରେ ହେବ ପଞ୍ଚାୟତ ନିର୍ବାଚନ । ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି । ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । 

ସୂଚନାନୁଯାୟୀ, ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ କରିବେ । ୨୪ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ । ସେହିପରି ଜିଲ୍ଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୭ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରିବେ । ୨୯ ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ ୩୦ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ୧୩ରେ ଚିଠା ବିଜ୍ଞପ୍ତି ଏବଂ ୨୯ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ୫୦ ପ୍ରତିଶତ ଭିତରେ ସଂରକ୍ଷଣ ରହିବ । ପଛୁଆ ବର୍ଗଙ୍କ ପାଇଁ ୨୭ପ୍ରତିଶତ ଯାଏଁ ସଂରକ୍ଷଣ ରହିବ । ମହିଳାଙ୍କ ପାଇଁ ୫୦ ପ୍ରତିଶତ ସିଟ୍ ସଂରକ୍ଷଣ ରହିବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)