ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଯୋଗୁଁ ଆଗୁଆ ଖରାଛୁଟି ଘୋଷଣା; ଆସନ୍ତା ୨୭ ତାରିଖରୁ ସମସ୍ତ ସ୍କୁଲ ବନ୍ଦ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା ।

ଅକ୍ଷର ବ୍ୟୁରୋ: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କଲେ ରାଜ୍ୟ ସରକାର । ସ୍କୁଲ ଛୁଟି ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା । ରାଜ୍ୟର ସମସ୍ତ ବିଦ୍ୟାଳୟ ଆସନ୍ତା ୨୭ ତାରିଖରୁ ବନ୍ଦ । ପିଲାଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ ନେଇଛନ୍ତି । ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଏବଂ ବେସରକାରୀ ସ୍କୁଲରେ ଖରାଛୁଟି ଆରମ୍ଭ ହେବ । ଗଣଶିକ୍ଷା ବିଭାଗର ଏହି ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ପୂର୍ବରୁ ଗୁରୁବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏନେଇ ସୂଚନା ଦେଇଥିଲେ । ରାଜସ୍ୱ ମନ୍ତ୍ରୀ ଓ SRCଙ୍କ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ସାମୂହିକ ଛୁଟି ପାଇଁ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ପଠାଯାଇଥିଲା । ଅନ୍ୟପଟେ ଜିଲ୍ଲାପାଳମାନେ ମଧ୍ୟ ନିଜ ଜିଲ୍ଲାର ସ୍ଥିତିକୁ ଦେଖି ଉପଯୁକ୍ତ ନିଷ୍ପତ୍ତି ନେଇପାରିବେ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ତେବେ ନିର୍ଦ୍ଧାରିତ ସମୟରେ ପାଠ୍ୟକ୍ରମ ଶେଷ କରିବା ପାଇଁ ଶିକ୍ଷକ ଶିକ୍ଷୟିତ୍ରୀମାନେ ବିଦ୍ୟାଳୟରେ ଉପସ୍ଥିତ ରହି ଅନ ଲାଇନ କ୍ଲାସ କରିପାରିବେ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)