ଅକ୍ଷର ବ୍ୟୁରୋ: କାଳବୈଶାଖୀ ପ୍ରଭାବରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ଥିବା ବେଳେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା ଓ ପବନ ପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ । ରବିବାର ପାଇଁ ୭ ଜିଲ୍ଲା ଓ ସୋମବାର ୧୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ସହ କୁଆପଥର ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ମୟୁରଭଞ୍ଜ , ବାଲେଶ୍ୱର, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ବଜ୍ରପାତ ସହ ବର୍ଷା ସମ୍ଭାବନାକୁ ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ, ,ଖୋର୍ଦ୍ଧା ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ଓ ଭଦ୍ରକ ଏହି ୧୬ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ସମ୍ଭାବନା ଓ ୪୦ ରୁ ୫୦ କିମି ବର୍ଷାକୁ ନେଇ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ ।
ସେହିପରି ସୋମବାର ସବୁ ଜିଲ୍ଲାକୁ ଵର୍ଷା ପାଇଁ ଚେତାବନୀ ରହିଥିବା ବେଳେ କୋରାପୁଟ, ରାୟଗଡା, କଳାହାଣ୍ଡି ନବରଙ୍ଗପୁର, କଟକ , ଜଗତସିଂହପୁର, କେନ୍ଦ୍ରାପଡା , ଯାଜପୁର, ଭଦ୍ରକ , ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର ,ସୁନ୍ଦରଗଡରେ ୧୩ ଜିଲ୍ଲାରେ ବଜ୍ରପାତ ସହ ୫୦ ରୁ ୬୦ କିମି ଝଡ ପବନ ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ରାୟଗଡା ଏହି ୪ ଜିଲ୍ଲାରେ କୁଆପଥର ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ସହ ସତର୍କତା ଜାରି କରିଛି ବିଭାଗ। ୬ ତାରିଖ ଯାଏ ପ୍ରବଳ ଵର୍ଷା ସହ ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି ।












Leave a Reply