ବାଲିଅନ୍ତା ହତ୍ୟା ମାମଲା: ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି ।

ଅକ୍ଷର ବ୍ୟୁରୋ: ବାଲିଅନ୍ତା ଯୁବକଙ୍କୁ ପିଟିପିଟି ହତ୍ୟା ମାମଲାରେ ତଦନ୍ତ ପାଇଁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି ପୋଲିସ୍ ଡିଜିପି ୱାଇ.ବି. ଖୁରାନିଆ ଓ ଡିସିପି ଜଗମୋହନ ମୀନା । ଡିଜିପି ଓ ଡିସିପିଙ୍କ ସହ ଘଟଣାସ୍ଥଳରେ ବାଲିଅନ୍ତା ଥାନା ପୋଲିସ୍ ମଧ୍ୟ ଉପସ୍ଥିତ ଥିଲେ । ସେହିପରି ଘଟଣାର ତଦନ୍ତ ପାଇଁ ବାଲିଅନ୍ତାରେ ପହଞ୍ଚିଥିଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ଯୁବକଙ୍କୁ ହତ୍ୟା କରାଯାଇଥିବା ସ୍ଥଳ ପରିଦର୍ଶନ କରିବା ସହ ପ୍ରାଥମିକ ତଦନ୍ତ କରିଛନ୍ତି । ଘଟଣାସ୍ଥଳ ପରିଦର୍ଶନ ପରେ ପୀଡିତାଙ୍କ ଘରେ ମଧ୍ୟ ପହଞ୍ଚିଥିଲେ ମହିଳା କମିଶନ ଅଧ୍ୟକ୍ଷା । କମିଶନ ଅଧ୍ୟକ୍ଷା କହିଛନ୍ତି, ମୁଖ୍ୟମନ୍ତ୍ରୀ ଏହି ଘଟଣାର ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆମେ ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ କରିବୁ । ଯିଏ ଦୋଷୀ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ । ଯେତେ ବଡ଼ ଲୋକ ହୋଇଥିଲେ ବି ତାଙ୍କୁ ଛଡାଯିବ ନାହିଁ । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)