ଅକ୍ଷର ବ୍ୟୁରୋ: ପଶ୍ଚିମବଙ୍ଗ ଇତିହାସରେ ଯୋଡ଼ି ହେଲା ନୂଆ ଅଧ୍ୟାୟ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ । ପଶ୍ଚିମବଙ୍ଗରେ ପ୍ରଥମ ବିଜେପି ସରକାରର ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ । କୋଲକାତା ବ୍ରିଗେଡ୍ ଗ୍ରାଉଣ୍ଡରେ ବିଶାଳ ଓ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ଶୁଭେନ୍ଦୁଙ୍କ ସମେତ ୬ ମନ୍ତ୍ରୀ ନେଇଛନ୍ତି ଶପଥ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ଶୁଭେନ୍ଦୁଙ୍କ ଟିମ୍ରେ ରହିଛନ୍ତି ଦିଲ୍ଲୀପ ଘୋଷ, ଅଗ୍ନିମିତ୍ର ପଲ୍, ଅଶୋକ କିର୍ତ୍ତନିଆ, ଖୁଦିରାମ ଟୁଡ଼ୁ ଓ ନିଶିଥ ପାରମାଣିକ ।
ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ମିଥୁନ୍ ଚକ୍ରବର୍ତ୍ତୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ସେହିପରି ଅନ୍ୟମାନଙ୍କ ମଧ୍ୟରେ ଆସାମର ହେବାକୁ ଯାଉଥିବା ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡ଼ୁ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ୍ ଓ ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସୈନୀ ପ୍ରମୁଖ ଶପଥ ଗ୍ରହଣ ଉତ୍ସବରେ ସାମିଲ ଥିଲେ ।












Leave a Reply