ଅକ୍ଷର ବ୍ୟୁରୋ: ଆସନ୍ତା ମେ ୧୧ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ । ଆସନ୍ତା ୧୧ ଓ ୧୨ ତାରିଖ ଦୁଇଦିନ ଧରି ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ପାଇଁ ଗଣତି ମଣତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା । ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିବସ ଏବଂ ରବିବାର ଠାକୁରଙ୍କ ହଳଦୀ ପାଣି ନୀତି ରହିଛି । ଏଣୁ ଠାକୁରଙ୍କ ନୀତି କାନ୍ତିରେ ଯେଭଳି କୌଣସି ସମସ୍ୟା ସୃଷ୍ଟି ହେବ ନାହିଁ ସେଥିପାଇଁ ଗଣତି ମଣତି କାର୍ଯ୍ୟ ବନ୍ଦ ରଖାଯାଇଥିଲା । ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଆସନ୍ତା ୧୧ ତାରିଖରୁ ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ । ପରେ ଆଉ କେଉଁ ଦିନ ଗଣତି ମଣତି କାର୍ଯ୍ୟ କରାଯିବ ସେନେଇ ସୂଚନା ଦିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି ।
ଆସନ୍ତା ମେ ୧୧ ତାରିଖରୁ ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ ।












Leave a Reply