ଅକ୍ଷର ବ୍ୟୁରୋ: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଜିଆରପି କନଷ୍ଟେବଲ ସୌମ୍ୟରଂଜନ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ତଦନ୍ତ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜିଠାରୁ ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ବାଲିଅନ୍ତା ଥାନାରୁ କେଶ୍ ସମ୍ପର୍କିତ ସମସ୍ତ କାଗଜପତ୍ର ନେବା ପରେ ଘଟଣା ସ୍ଥଳରୁ ଆରମ୍ଭ ହେବ ତଦନ୍ତ । ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ୍ ପକ୍ଷରୁ ଏକ ଟିମ୍ ଗଠନ ହୋଇଛି । ଜଣେ DSP ପାହ୍ୟା ଅଫିସରଙ୍କୁ ତଦନ୍ତ ଭାର ଦିଆଯାଇଛି । DSPଙ୍କ ନେତୃତ୍ବରେ ଜଣେ ଇନସ୍ପେକଟର, ଜଣେ SI ଓ ଦୁଇ ଜଣ କନଷ୍ଟେବଲ ରହିବେ । ବାଲିଅନ୍ତା ଥାନାକୁ କ୍ରାଇମବ୍ରାଞ୍ଚ ଟିମ୍ ଯାଇ କେଶ୍ ସମ୍ପର୍କିତ ସମସ୍ତ କାଗଜପତ୍ର ନେବାପରେ ମାମଲାର ତଦନ୍ତ ଆରମ୍ଭ କରିବ କ୍ରାଇମବ୍ରାଞ୍ଚ ।
ଗତକାଲି ବାଲିଅନ୍ତା ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଘଟଣା ସମ୍ପର୍କରେ ସବିସ୍ତୃତ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଏଭଳି ଘଟଣାର ଯେଭଳି ପୁନରାବୃତ୍ତି ନ ହୁଏ, ସେଥିପାଇଁ ପୋଲିସ ମହାନିର୍ଦ୍ଦେଶକ ସତର୍କ ଓ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ ତାଗିଦ୍ କରିଥିଲେ । ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।












Leave a Reply