ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି : ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଆସନ୍ତାକାଲି ଫାଲ୍ଗୁନ ଶୁକ୍ଳ ଷଷ୍ଠି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ | ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ. ୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ | ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ |

ଆସନ୍ତାକାଲି ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି | ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ | ଶ୍ରୀଜୀଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବ ପରେ ଅପରାହ୍ନ ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ | ବନକଲାଗି ନୀତି ସମ୍ପନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ | ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି |

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)