ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର; ଚଳିତ ମାସରେ ଆହୁରି ୭ଦିନ ହେବ ଭିତର ଭଣ୍ଡାରର ଗଣତିମଣତି କାର୍ଯ୍ୟ ।

ଅକ୍ଷର ବ୍ୟୁରୋ: ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଭିତର ଭଣ୍ଡାରକୁ ଯିବ ଟିମ୍ । ମୋଟ ଉପରେ ଏକାଦଶ ଦିନରେ ଓ ଭିତର ଭଣ୍ଡାରର ଷଷ୍ଠ ଦିନରେ ହେବ ରତ୍ନଗଣତି । ଦିନ ତମାମ ବାହାର କାଠରୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ମହାସ୍ନାନ ଭଳି ଅନାବଶ୍ୟକ ପ୍ରତିକୂଳ ପରିସ୍ଥିତି ଏଡ଼ାଇବା ପାଇଁ ଦିନ ତମାମ ଭିତର କାଠ ଦର୍ଶନ ବନ୍ଦ ପାଇଁ ଶ୍ରୀମନ୍ଦିର ପ୍ରଶାସନ ନେଇଛି ନିଷ୍ପତ୍ତି । କେବଳ ରତ୍ନ ଗଣତି ହେଉଥିବା ଦିନମାନଙ୍କରେ ବନ୍ଦ ରହିବ ଭିତର କାଠ ଦର୍ଶନ ।

ତେବେ ଚଳିତ ମାସରେ ଆହୁରି ୭ ଦିନ ହେବ ଭିତର ଭଣ୍ଡାରର ଗଣତିମଣତି କାର୍ଯ୍ୟ । ମେ ୧୯ ,୨୧ ,୨୩ ,୨୬ ,୨୮ ,୨୯ ଓ ୩୦ରେ ହେବ ଭିତର ଭଣ୍ଡାରର ରତ୍ନଅଳଙ୍କାର ଗଣତିମଣତି । ପୂର୍ବରୁ ଦଶ ଦିନର ଗଣତିରେ ମୋଟ ୬୦ ଘଣ୍ଟାର ଗଣତି ପ୍ରକ୍ରିୟା ସରିଛି । ଚଳନ୍ତି ଭଣ୍ଡାରରେ କେବଳ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ଥିବା ଦୁଇ ଅଳଙ୍କାରକୁ ଛାଡ଼ି ଅନ୍ୟ ଅଳଙ୍କାର ଗଣତି ଶେଷ ହୋଇଛି । ବାହାର ଭଣ୍ଡାରରେ ୩ ଟି ଅଳଙ୍କାର ଚିହ୍ନଟ ହୋଇ ପାରିନଥିବାବେଳେ ୧୯୭୮ ତାଲିକା ସହ ମେଳକ ଅନୁଯାୟୀ ଅଳଙ୍କାର ସଂଖ୍ୟା ବଢ଼ିଛି । ସେହିପରି ଭିତର ଭଣ୍ଡାରରେ ପାଞ୍ଚ ଦିନ ଗଣତିରେ ପ୍ରାୟ ୧୩୦ ଅଳଙ୍କାର ଅର୍ଥାତ ୨୫ ପ୍ରତିଶତ ଗଣତି କାର୍ଯ୍ୟ ସରିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)