ଅକ୍ଷର ବ୍ୟୁରୋ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଲଡକାପଲ୍ଲୀ ଛକରେ ହୋଇଥିବା ଭୟଙ୍କର ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେପଟେ ଏହି ଦୁର୍ଘଟଣା ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିବା ସହ ଦୁଃଖ ପ୍ରକାଶ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ଭି.କିର୍ତ୍ତି ଭାସନ । ରେଡକ୍ରସ୍ ପକ୍ଷରୁ ମଧ୍ୟ ୩୦ ହଜାର ଟଙ୍କାର ସହାୟତା ରାଶି ପାଇଁ ଘୋଷଣା କରାଯାଇଛି ।
ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଲଡକାପଲ୍ଲୀ ଭୟଙ୍କର ଦୁର୍ଘଟଣା ଘଟଣା: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।











Leave a Reply