ଅକ୍ଷର ବ୍ୟୁରୋ: ପାଖେଇ ଆସୁଛି ମହାପ୍ରଭୁଙ୍କର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଶ୍ରୀମନ୍ଦିର ଛାଡ଼ି ଜନ୍ମବେଦୀ ଗୁଣ୍ଡିଚା ଘରକୁ ଆସିବେ ମହାପ୍ରଭୁ । ସେଥିପାଇଁ ଗୁଣ୍ଡିଚା ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନମୂଳକ କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଛି । ରଥଯାତ୍ରାର ଯଥେଷ୍ଟ ପୂର୍ବରୁ ଗୁଣ୍ଡିଚା ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନମୂଳକ କାର୍ଯ୍ୟ ସାରିବା ପାଇଁ ଲକ୍ଷ୍ୟ ରଖିଛି ଶ୍ରୀମନ୍ଦିର ପ୍ରଶାସନ ।
ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା ଅନୁଯାୟୀ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଖେଇ ଆସୁଥିବାରୁ ଗୁଣ୍ଡିଚା ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଜୋରସୋରରେ ଆଗେଇ ନିଆଯାଉଛି । ପରିଚାଳନା କମିଟିର ନିଷ୍ପତ୍ତି କ୍ରମେ ଏବଂ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରର ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯାଉଛି । ତେବେ ଟୁଣିଆ ମହଲ, ବଲ୍ଲଭ ଘର ଏବଂ ରୋଷଶାଳାର କରାଯାଉଥିବା କାର୍ଯ୍ୟ ସନ୍ତୋଷଜନକ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ । ଉତ୍ତର ପାର୍ଶ୍ଵ ଗୁମୁଟର ନବୀକରଣ କରାଯାଇଛି । ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଥିବା ପ୍ରାଚୀରରେ ଖଣ୍ଡେ ଲାଇଟ୍ ପଥର ସ୍ଥାପନା କରାଯାଇଛି । ରଥଯାତ୍ରାର ଯଥେଷ୍ଟ ପୂର୍ବରୁ ସମସ୍ତ କାର୍ଯ୍ୟ ଶେଷ ହୋଇଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ।












Leave a Reply