ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଅକ୍ଷର ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ। ବନକଲାଗି ଅବସରରେ ପ୍ରାୟ ୪ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି |

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି ସମ୍ପନ୍ନ କରାଯିବ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ମହାପ୍ରଭୁଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)