ଅକ୍ଷର ବ୍ୟୁରୋ: ଭୁବନେଶ୍ୱରରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । କ୍ୟାପିଟାଲ ଥାନା ଅଞ୍ଚଳ ଫାଳିକିଆ ବସ୍ତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର ଯୁବକ ହେଉଛନ୍ତି ଡି. ହରିକୃଷ୍ଣ । ଦୁର୍ବୃତ୍ତମାନେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଥିଲେ । ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି | ତାଙ୍କୁ ଗୁରୁତର ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାକୁ ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି |
ପୁଣି ରାଜଧାନୀରେ ବୁଲିଲା ଖଣ୍ଡା, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ













Leave a Reply