ଅକ୍ଷର ବ୍ୟୁରୋ: ରାଜଧାନୀରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍ । ଶ୍ରୀୟା ଛକ ନିକଟରେ ବାଇକକୁ ଧକ୍କା ଦେଲା ଆମ ବସ୍ | ଫଳରେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି । ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ଉଦ୍ଧାର କରି ଆହତକୁ କ୍ୟାପିଟାଲ ହସ୍ପିଟାଲ ପଠାଇଥିଲେ । ଏହି ଘଟଣା ପରେ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା । ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ବସ୍କୁ ସିଜ୍ କଲା ଖାରବେଳ ନଗର ଥାନା ପୋଲିସ |
ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍; ଜଣେ ଗୁରୁତର












Leave a Reply