ଆସନ୍ତାକାଲି ପୃଥିବୀପୃଷ୍ଠରେ ପାଦ ରଖିବେ ସୁନୀତା

ଆସନ୍ତାକାଲି ପୃଥିବୀପୃଷ୍ଠରେ ପହଞ୍ଚିବେ ସୁନୀତା ୱିଲିୟମ୍ସ। ଏଥିପାଇଁ ଆରମ୍ଭ ହୋଇସାରିଛି କାଉଣ୍ଟଡାଉନ୍। ଦୀର୍ଘ ୯ ମାସ ପରେ ମହାକାଶରୁ ଫେରିବେ ମହାକାଶ ବିଜ୍ଞାନୀ ସୁନୀତା ୱିଲିଅମ୍ସ ଓ ବୁଚ୍ ୱିଲମୋର। ଅନ୍ତର୍ଜାତୀୟ ସ୍ପେଶ୍‌ ଷ୍ଟେସନ୍‌ରେ ଫସି ରହିଥିବା ଦୁଇ ବୈଜ୍ଞାନିକଙ୍କୁ ଫେରାଇ ଆଣିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ବୈଜ୍ଞାନିକମାନେ ଫେରିବା ପୂର୍ବରୁ ନିଜକୁ ପ୍ରସ୍ତୁତ କରୁଛନ୍ତି। ଆଉ ସେମାନଙ୍କ ଏହି ପ୍ରସ୍ତୁତିର ଏକ ଭିଡିଓ ନାସା ପକ୍ଷରୁ ଜାରି କରାଯାଇଛି। ଯେଉଁଥିରେ ଉଭୟ ସୁନୀତା ଓ ବୁଚ୍ ବ୍ୟାୟାମ କରୁଥିବାର ଦେଖିବାକୁ ମିଳିଛି। ଆଉ ସ୍ପେଶ୍ ଏକ୍ସର ସ୍ବତନ୍ତ୍ର ସ୍ପେଶ୍ କ୍ରାଫ୍ଟ ଜରିଆରେ ସେମାନେ ଫେରିବେ ବୋଲି ନାସା ପକ୍ଷରୁ ସୂଚନା ମିଳିଛି। ଏଥିପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି ସୁନୀତା ଓ ବୁଚ୍। ଆଜି ସକାଳ ୧୦ ଟା ୪୫ରେ ଆରମ୍ଭ ହେବ ଅନ୍ ଡକିଂ ପ୍ରକ୍ରିୟା। ଇଣ୍ଟରନ୍ୟାସନାଲ ସ୍ପେଶ୍ ଷ୍ଟେସନରୁ ଅନ୍‌ ଡକିଂ କରିବା ପରେ ପୃଥିବୀପୃଷ୍ଠ ଆଡକୁ ଆସିବେ। ବୋଇଂ ଷ୍ଟାରଲାଇନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ମହାକାଶରେ ୯ ମାସ ହେବ ଫସି ରହିଥିଲେ ସୁନୀତା ଓ ତାଙ୍କ ସହଯୋଗୀ । ଏବେ ନାସା ପକ୍ଷରୁ ସ୍ପେଶ୍ ଏକ୍ସର ଫାଲକନ୍‌-୯ ରକେଟକୁ ଗୁରୁବାର କେନେଡି ସ୍ପେଶ୍ ସେଣ୍ଟରରୁ ଉତକ୍ଷେପଣ କରାଯାଇଥିଲା। ତେବେ ୧୯ ତାରିଖ ସୁଦ୍ଧା ସୁନୀତା ପୃଥିବୀପୃଷ୍ଠକୁ ଫେରିବେ ବୋଲି ସୂଚନା ମିଳିଛି। ଆସନ୍ତାକାଲି ଭାରତୀୟ ସମୟ ମାର୍ଚ୍ଚ ୧୯ ଭୋର୍ ୩ଟା ୨୭ରେ ଆମେରିକାର ଫ୍ଲୋରିଡ଼ା ତଟରେ ମହାକାଶରୁ ସମୁଦ୍ରରେ ଓହ୍ଲାଇବେ ସୁନୀତା। ଏହାର ୧୭ ଘଣ୍ଟା ପୂର୍ବରୁ ହେବ ଡ୍ରାଗନ୍ ସ୍ପେଶକ୍ରାଫ୍ଟର ଅନ୍-ଡକିଂ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)