ଅକ୍ଷର ବ୍ୟୁରୋ: ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଦୁଷ୍କର୍ମ କରାଯାଇଥିବା ନେଇ ସଙ୍ଗୀନ ଅଭିଯୋଗ ଆସିଛି। ଘଟଣାକୁ ନେଇ ପୀଡ଼ିତା ବେଗୁନିଆପଡ଼ା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ ତୁରନ୍ତ ତଦନ୍ତ ଆରମ୍ଭ କରିଛି।
ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରି ଘଟଣାରେ ସଂପୃକ୍ତି ସନ୍ଦେହରେ ସେହି ଗାଁର ଜଣେ ଯୁବକଙ୍କୁ ଉଠାଇ ଆଣିଛି। ବର୍ତ୍ତମାନ ତାଙ୍କୁ ଥାନାରେ ଅଟକ ରଖାଯାଇ ପଚରାଉଚରା କରାଯାଉଥିବାବେଳେ ଘଟଣାର ସମସ୍ତ ଦିଗକୁ ନେଇ ଅଧିକ ତଦନ୍ତ ଚଳାଇଛି ପୁଲିସ। ପୁଲିସ ପକ୍ଷରୁ ଘଟଣା ସମ୍ପର୍କରେ ତଥ୍ୟ ସଂଗ୍ରହ ଜାରି ରହିଥିବା ବେଳେ ତଦନ୍ତ ରିପୋର୍ଟ ଆସିବା ପରେ ଘଟଣାର ପ୍ରକୃତ ସତ୍ୟାସତ୍ୟ ସ୍ପଷ୍ଟ ହେବ ବୋଲି କୁହାଯାଉଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।












Leave a Reply