ଗଞ୍ଜାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମୁହାଁମୁହିଁ ଧକ୍କା ହେଲା ଦୁଇ ବାଇକ୍, ଦୁଇ ମୃତ; ଜଣେ ଗୁରୁତର

ଅକ୍ଷର ବ୍ୟୁରୋ: ଗଞ୍ଜାମ ଜିଲ୍ଲାରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଦୁଇଟି ପରିବାରର ଖୁସି ଛଡ଼ାଇ ଦେଇଛି। ଦିଗପହଣ୍ଡି ଥାନା ଅନ୍ତର୍ଗତ ଅନଙ୍ଗପୁର ଛକ ନିକଟରେ ଦୁଇଟି ବାଇକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ପ୍ରାଥମିକ ସୂଚନା ଅନୁଯାୟୀ, ଉଭୟ ବାଇକ୍ ବିପରୀତ ଦିଗରୁ ଆସୁଥିବା ବେଳେ ଅନଙ୍ଗପୁର ଛକ ନିକଟରେ ଭୟଙ୍କର ଭାବେ ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ଘଟଣାସ୍ଥଳରେ ହିଁ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ଆଉ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ତୁରନ୍ତ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଖବର ପାଇ ଦିଗପହଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର କାରଣ ନେଇ ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ପରିଚୟ ଓ ଦୁର୍ଘଟଣାର ପ୍ରକୃତ କାରଣ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରାଯାଉଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)