ଅକ୍ଷର ବ୍ୟୁରୋ: ମୟୂରଭଞ୍ଜ ଜିଲ୍ଲାର ଚାନ୍ଦୁଆ ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ ଏକ ବାହାଘର ଭୋଜି ଚାଲିଥିବାବେଳେ ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଘଟଣା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।
ଅଭିଯୋଗ ଅନୁଯାୟୀ, ଗତ ରାତିରେ ବିବାହ ଭୋଜି ଅବସରରେ ଏହି ଅଭାବନୀୟ ଘଟଣା ଘଟିଥିଲା। ପରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ଚାନ୍ଦୁଆ ଥାନାରେ ଲିଖିତ ଅଭିଯୋଗ ଦାଖଲ କରାଯାଇଥିଲା। ଅଭିଯୋଗ ପାଇବା ପରେ ପୁଲିସ୍ ତୁରନ୍ତ ମାମଲାର ତଦନ୍ତ ଆରମ୍ଭ କରିଛି। ଘଟଣାରେ ସମ୍ପୃକ୍ତ ସନ୍ଦେହରେ ୨ ଜଣ ଯୁବକଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଛି।
ଏହାସହ ଘଟଣାସ୍ଥଳରୁ ବିଭିନ୍ନ ପ୍ରମାଣ ସଂଗ୍ରହ କରାଯାଉଥିବାବେଳେ ପୀଡ଼ିତାଙ୍କ ଡାକ୍ତରୀ ପରୀକ୍ଷା ମଧ୍ୟ କରାଯାଇଛି। ଫରେନ୍ସିକ୍ ଏବଂ ମେଡିକାଲ୍ ରିପୋର୍ଟକୁ ଗୁରୁତ୍ୱ ଦେଇ ପୁଲିସ୍ ସମସ୍ତ ଦିଗରୁ ତଦନ୍ତ ଜାରି ରଖିଛି। ପୁଲିସ୍ କହିଛି, ତଦନ୍ତ ଶେଷ ହେବା ପରେ ଘଟଣାର ପ୍ରକୃତ ସତ୍ୟାସତ୍ୟ ସ୍ପଷ୍ଟ ହେବ ଏବଂ ପ୍ରମାଣ ଆଧାରରେ ପରବର୍ତ୍ତୀ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ |ବର୍ତ୍ତମାନ ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଉତ୍ତେଜନା ଓ ଚିନ୍ତାର ପରିବେଶ ସୃଷ୍ଟି ହୋଇଛି।












Leave a Reply