ଜାତୀୟ ରାଜପଥରେ ଭୟଙ୍କର ଧକ୍କା! ହାଇୱା–ଟାଟା ଏସି ମୁହାଁମୁହିଁ ସଂଘର୍ଷ, ଘଟଣାସ୍ଥଳରେ ଡ୍ରାଇଭର ମୃତ

ଅକ୍ଷର ବ୍ୟୁରୋ: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ୧୪୯ ନମ୍ବର ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ହାଇୱା ଓ ଟାଟା ଏସି ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଟାଟା ଏସି ଚାଳକଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ଦୁର୍ଘଟଣାର ଭୟାବହତା ଏତେ ଅଧିକ ଥିଲା ଯେ ଧକ୍କା ପରେ ହାଇୱାଟି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ହାଇୱା ଚାଳକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ତାଙ୍କୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ସୁଦ୍ଧା ଉଭୟ ଗାଡ଼ି ଚାଳକଙ୍କ ପରିଚୟ ସ୍ପଷ୍ଟ ହୋଇନାହିଁ|

ଘଟଣାର ସୂଚନା ପାଇ ପରଜଙ୍ଗ ପୁଲିସ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଦୁର୍ଘଟଣାର କାରଣ ନେଇ ତଦନ୍ତ ଆରମ୍ଭ କରିଛି। ଗାଡ଼ିଗୁଡ଼ିକୁ ସଡ଼କରୁ ହଟାଇବା ପରେ ଜାତୀୟ ରାଜପଥରେ ଯାନବାହନ ଚଳାଚଳ ସ୍ୱାଭାବିକ ରହିଥିବା ଜଣାପଡ଼ିଛି। ପ୍ରାରମ୍ଭିକ ତଦନ୍ତ ପରେ ଦୁର୍ଘଟଣାର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୁଲିସ୍ ସୂଚନା ଦେଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)