କାଶୀପୁରରେ ଚାଞ୍ଚଲ୍ୟ; ଜଙ୍ଗଲରେ ନାବାଳିକାଙ୍କ ସହ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ

ଅକ୍ଷର ବ୍ୟୁରୋ: ରାୟଗଡ଼ା ଜିଲ୍ଲାର କାଶୀପୁର ଅଞ୍ଚଳରେ ଘଟିଛି ଏକ ଅତ୍ୟନ୍ତ ସମ୍ବେଦନଶୀଳ ଓ ନିନ୍ଦନୀୟ ଘଟଣା। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ଜଣେ ନାବାଳିକାଙ୍କ ସହ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।

ସୂଚନା ଅନୁଯାୟୀ, ନାବାଳିକା ଜଙ୍ଗଲକୁ ଛତୁ ସଂଗ୍ରହ କରିବାକୁ ଯାଇଥିବାବେଳେ ଜଣେ ଯୁବକ ତାଙ୍କୁ ଏକୁଟିଆ ପାଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣା ପରେ ପୀଡ଼ିତା ଘରକୁ ଫେରି ପରିବାର ଲୋକଙ୍କୁ ସମସ୍ତ ଘଟଣା ଜଣାଇଥିଲେ। ପରିବାର ପକ୍ଷରୁ କାଶୀପୁର ଥାନାରେ ଅଭିଯୋଗ ଦାଖଲ ହେବା ପରେ ପୁଲିସ ତୁରନ୍ତ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ସମୟରେ ମିଳିଥିବା ପ୍ରମାଣ ଆଧାରରେ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।

ଅନ୍ୟପଟେ, ପୀଡ଼ିତ ନାବାଳିକା ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଆବଶ୍ୟକ ଚିକିତ୍ସା ସହ ସମସ୍ତ ସହାୟତା ଯୋଗାଇ ଦିଆଯାଉଥିବା ସୂଚନା ମିଳିଛି। ପୁଲିସ ଘଟଣାର ସମସ୍ତ ଦିଗକୁ ନେଇ ତଦନ୍ତ ଜାରି ରଖିଥିବାବେଳେ, ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)