ବର୍ଷାରାତିରେ ଅଘଟଣ! ହସ୍ପିଟାଲରୁ ଘରକୁ ଫେରୁଥିବା ବେଳେ ବାଇକ୍ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ଅକ୍ଷର ବ୍ୟୁରୋ: ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ ଘଟିଛି ଏକ ଦୁଃଖଦ ସଡ଼କ ଦୁର୍ଘଟଣା। ବର୍ଷାରାତିରେ ବାଇକ୍‌ର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଲହୁଣୀପଡ଼ା ଥାନା ଅଧୀନ ତାଳବାହାଳି ଗ୍ରାମର ରାମଚନ୍ଦ୍ର ଭୂମିଜ|

ସୂଚନା ଅନୁସାରେ, ରାମଚନ୍ଦ୍ରଙ୍କ ଶାଶୁ ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବାରୁ ସେ ଗତକାଲି ମଧ୍ୟରାତ୍ରୀରେ ତାଙ୍କୁ ଦେଖିବାକୁ ହସ୍ପିଟାଲ ଯାଇଥିଲେ। ସେହି ସମୟରେ ପ୍ରବଳ ବର୍ଷା ହେଉଥିଲା। ବର୍ଷା କମିବା ପରେ ସେ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଲହୁଣୀପଡ଼ା ଥାନା ଅଧୀନ ଲଲେଇ ପୋଲ ନିକଟରେ ହଠାତ୍ ବାଇକ୍‌ର ଭାରସାମ୍ୟ ହରାଇ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।

ଦୁର୍ଘଟଣା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ବଣାଇ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ରାମଚନ୍ଦ୍ରଙ୍କୁ ଉଦ୍ଧାର କରି ବଣାଇ ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଅକାଳ ମୃତ୍ୟୁ ପରେ ପରିବାର ସହ ସମଗ୍ର ଗାଁରେ ଶୋକର ଛାୟା ଖେଳିଯାଇଛି। ଲହୁଣୀପଡ଼ା ପୁଲିସ ମାମଲା ରୁଜୁ କରି ଦୁର୍ଘଟଣାର ପ୍ରକୃତ କାରଣ ନେଇ ତଦନ୍ତ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)