ଅକ୍ଷର ବ୍ୟୁରୋ: ବାଲେଶ୍ୱର ଜିଲ୍ଲାର ନୀଳଗିରି ଅଞ୍ଚଳରୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟା ଅଭିଯୋଗ। ପାରିବାରିକ କଳହକୁ କେନ୍ଦ୍ର କରି ସ୍ୱାମୀ କାଠଫାଳିଆରେ ଆକ୍ରମଣ କରିବାରୁ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଘଟଣାଟି ନୀଳଗିରି ଥାନା ଅନ୍ତର୍ଗତ ଅଯୋଧ୍ୟା ଫାଣ୍ଡି ଅଧୀନ ପ୍ରତାପପୁର ଗାଁରେ ଘଟିଥିବାବେଳେ, ଏହାକୁ ନେଇ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।
ସୂଚନା ଅନୁସାରେ, କୌଣସି କାରଣକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ବିବାଦ କ୍ରମେ ଉଗ୍ର ରୂପ ନେବା ପରେ ସ୍ୱାମୀ କାଠଫାଳିଆରେ ସ୍ତ୍ରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ମହିଳା ଗୁରୁତର ଆହତ ହୋଇଥିବାବେଳେ ପରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ଘଟଣା ସମ୍ପର୍କରେ ସୂଚନା ପାଇ ନୀଳଗିରି ପୁଲିସ୍ ଓ ଅଯୋଧ୍ୟା ଫାଣ୍ଡି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପୁଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଆଇନଗତ ପ୍ରକ୍ରିୟା ଆରମ୍ଭ କରିଛି। ଘଟଣାରେ ଅଭିଯୁକ୍ତ ସ୍ୱାମୀଙ୍କୁ ଅଟକ ରଖାଯାଇଥିବାବେଳେ ତାଙ୍କୁ ପଚରାଉଚରା କରାଯାଉଛି। ପାରିବାରିକ ବିବାଦ କେଉଁ କାରଣରୁ ଏତେ ଭୟଙ୍କର ରୂପ ନେଲା ଏବଂ ହତ୍ୟା ପଛରେ ପ୍ରକୃତ କାରଣ କ’ଣ ରହିଛି, ସେନେଇ ପୁଲିସ୍ ସମସ୍ତ ଦିଗକୁ ନେଇ ତଦନ୍ତ ଚଳାଇଛି। ତଦନ୍ତ ପରେ ଘଟଣାର ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବ ବୋଲି ପୁଲିସ୍ ପକ୍ଷରୁ ସୂଚନା ମିଳିଛି।
















Leave a Reply