ଅକ୍ଷର ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷାର ବିତ୍ପାତ। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ଆଜି ପାଇଁ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକରେ ଭୀଷଣ ବର୍ଷା ହୋଇପାରେ। ଆଜି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ରହିଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏହିସବୁ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ରହିଛି।
ବାକି ଜିଲ୍ଲାଗୁଡ଼ିକରେ ମଧ୍ୟ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ସେଠାରେ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ଷାର ପ୍ରକୋପ ଆସନ୍ତାକାଲି ମଧ୍ୟ ଜାରି ରହିବ। ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ପୁଣି ରେଡ୍ ଆଲର୍ଟ ଜାରି ହୋଇଛି। ଏହାସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବାରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ, ନଦୀର ଜଳସ୍ତର ବୃଦ୍ଧି ଓ ଯାତାୟାତ ସମସ୍ୟା ନେଇ ଆଶଙ୍କା ବଢ଼ିଛି।














Leave a Reply