ଅକ୍ଷର ବ୍ୟୁରୋ: ଅନୁଗୋଳ ଜିଲ୍ଲା ତାଳଚେରର ଗୁରୁଜାଙ୍ଗ ହାଇସ୍କୁଲ ପଡ଼ିଆରେ ଆୟୋଜିତ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜନ୍ମଶତବାର୍ଷିକୀ ମହୋତ୍ସବରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହେଲିକପ୍ଟର ଯୋଗେ ଗୁରୁଜାଙ୍ଗ ହାଇସ୍କୁଲ ପଡ଼ିଆରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀଙ୍କୁ କାର୍ଯ୍ୟକ୍ରମସ୍ଥଳରେ ସ୍ୱାଗତ କରାଯାଇଥିଲା ।କାର୍ଯ୍ୟକ୍ରମରେ ପହଞ୍ଚି ମୁଖ୍ୟମନ୍ତ୍ରୀ ପ୍ରଥମେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏହାପରେ ଚାଲିଥିବା ଯଜ୍ଞରେ ଯୋଗଦେଇ ପୂର୍ଣ୍ଣାହୁତି ପ୍ରଦାନ କରିଥିଲେ । ପରେ ନିକଟସ୍ଥ ସାଧାରଣ ସଭାସ୍ଥଳରେ ପହଞ୍ଚି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଜନ୍ମଶତବାର୍ଷିକୀ ମହୋତ୍ସବରେ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ, ଢେଙ୍କାନାଳ ସାଂସଦ ରୁଦ୍ରନାରାୟଣ ପାଣିଙ୍କ ସମେତ ଅନୁଗୋଳ ଜିଲ୍ଲାର ସମସ୍ତ ବିଧାୟକ ଉପସ୍ଥିତ ଅଛନ୍ତି ।
ତାଳଚେରରେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଜନ୍ମଶତବାର୍ଷିକୀ: ଯୋଗଦେଲେ ମୁଖ୍ୟମନ୍ତ୍ରୀ, ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ନେତା














Leave a Reply