ପୁଣି ଆସୁଛି ବର୍ଷା! ସପ୍ତାହେ ଯାଏଁ ଝଡ଼ବର୍ଷା ସହ ବଜ୍ରପାତ ଆଶଙ୍କା, ଆଜି ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ପୁଣି ଓଡ଼ିଶାକୁ ଫେରୁଛି ବର୍ଷା। ଆସନ୍ତା ସପ୍ତାହେ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ଅଧା ଓଡ଼ିଶାରେ ବଜ୍ରପାତ ଓ ଝଡ଼ବର୍ଷା ସମ୍ଭାବନା ଥିବାବେଳେ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତାକାଲି, ୮ ତାରିଖରେ ମଧ୍ୟ ପାଗ ଅସ୍ଥିର ରହିବ। ଏଥିପାଇଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ରାଜ୍ୟର ଅଧା ଅଞ୍ଚଳରେ ବଜ୍ରପାତ ଏବଂ ଝଡ଼ବର୍ଷାର ଆଶଙ୍କା ରହିଛି। ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ ସମେତ ୧୭ଟି ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି। ଆସନ୍ତାକାଲି ୮ ତାରିଖରେ ମଧ୍ୟ ଅନେକ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହୋଇପାରେ। ଏଥିପାଇଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୯ ତାରିଖରେ ବିଶେଷ କରି ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ବଢ଼ିବ। ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ସମେତ ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁରରେ ପ୍ରବଳ ବର୍ଷା ହୋଇପାରେ। ୧୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୧୧ ତାରିଖରେ ଅଧା ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୨ ତାରିଖରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ ରହିଛି।ତେବେ ୧୨ ତାରିଖ ପରେ ରାଜ୍ୟରେ ବର୍ଷାର ପରିମାଣ ସାମାନ୍ୟ କମିପାରେ ବୋଲି ପାଣିପାଗ ବିଭାଗର ପୂର୍ବାନୁମାନରୁ ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial