ରାଜ୍ୟରେ ପୁଣି ଫେରିଛି ତାତି; ୩ଦିନ ଯାଏଁ ହିଟୱେଭ୍ ଜାରି

ଏବେ ପୁଣି ଜଳିବ ରାଜ୍ୟ । ଆଜିଠୁ ୩ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିବ । ଏନେଇ ୩ ଦିନ ପାଇଁ ହିଟୱେଭ୍ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ତତଲା ନିଆଁରେ ଆଉଟୁପାଉଟୁ ହେବେ ରାଜ୍ୟବାସୀ। ସେନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ । ୪୦ ଡିଗ୍ରୀ କିମ୍ବା ତା’ଠୁ ଅଧିକ ରହିବ ପାରଦ । ଆଜି ପାଇଁ ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତାକାଲି ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ଡିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିଭଳି ୩୦ ତାରିଖ ପାଇଁ ବରଗଡ଼, ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ରହିଛି । ତେବେ ୩୦ ତାରିଖ ପରେ ୨ ଡିଗ୍ରୀ କମିପାରେ ତାପମାତ୍ରା। ୨ ତାରିଖରୁ ପୁଣି ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)