ଲଗାଣ ବର୍ଷାରେ ବଡ଼ ନିଷ୍ପତ୍ତି: ୫ ଜିଲ୍ଲାରେ ସ୍କୁଲ୍ ଛୁଟି, ୨୪ ଯାଏଁ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଅକ୍ଷର ବ୍ୟୁରୋ: ଲଗାଣ ବର୍ଷା ଓ ସମ୍ଭାବ୍ୟ ଗଭୀର ଅବପାତକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବଡ଼ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ। ଆଜି ୫ଟି ଜିଲ୍ଲା—ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ଗଜପତି ଓ କୋରାପୁଟରେ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ବର୍ଷାଜନିତ ସମ୍ଭାବ୍ୟ ସମସ୍ୟା ଓ ଯାତାୟାତ ବାଧାକୁ ନଜରରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି।

ଖୋର୍ଦ୍ଧାରେ ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍, ଶିଶୁ ବାଟିକା ଆଦି ବନ୍ଦ ରହିବ। ସେହିପରି ଜଗତସିଂହପୁର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଆଜି ସମସ୍ତ ବିଦ୍ୟାଳୟ ବନ୍ଦ ରଖାଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ବର୍ଷାଜନିତ ସମ୍ଭାବ୍ୟ ସମସ୍ୟାକୁ ନଜରରେ ରଖି ପ୍ରଶାସନ ଏହି ପଦକ୍ଷେପ ନେଇଛି।ଗଞ୍ଜାମରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ପାଇଁ ୩ ଦିନିଆ ଛୁଟି ଘୋଷଣା ହୋଇଛି। ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ।

ଅନ୍ୟପକ୍ଷରେ, ଗଜପତି ଜିଲ୍ଲାରେ ସମ୍ଭାବ୍ୟ ଗଭୀର ଅବପାତକୁ ଦୃଷ୍ଟିରେ ରଖି ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ପ୍ରାଥମିକରୁ ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏହାସହ ଜିଲ୍ଲାର ସମସ୍ତ ଅଙ୍ଗନବାଡି କେନ୍ଦ୍ରକୁ ମଧ୍ୟ ଛୁଟି ଘୋଷଣା କରାଯାଇଛି। କୋରାପୁଟ ଜିଲ୍ଲାରେ ମଧ୍ୟ ବର୍ଷା ପରିସ୍ଥିତିକୁ ନଜରରେ ରଖି ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷା ସମୟରେ ଛାତ୍ରଛାତ୍ରୀଙ୍କ ଯାତାୟାତ ଓ ସୁରକ୍ଷାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ଏହି ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ବର୍ଷା ପରିସ୍ଥିତିରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଏହି ଜିଲ୍ଲାଗୁଡ଼ିକରେ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial