ବାଇକ୍‌ ସୋ’ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ହୁ ହୁ ହୋଇ ଜଳିଗଲା ଗାଡ଼ି

ବାଲେଶ୍ୱର: ବାଲେଶ୍ୱର ସହଦେବଖୁଣ୍ଟା ଅଞ୍ଚଳରେ ଥିବା ଏକ ବାଇକ୍‌ ସୋ’ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ହୁ ହୁ ହୋଇ ଜଳିଥିବା ନିଆଁରେ ସୋ’ରୁମ୍‌ରେ ଥିବା ବାଇକ୍‌ଗୁଡ଼ିକ ପୋଡ଼ିଯାଇଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡର ଖବର ପାଇ ଅଗ୍ନିଶମ ବାହିନୀର ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା। ଦୀର୍ଘ ଚେଷ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଥିବା ବେଳେ ଅଗ୍ନିକାଣ୍ଡ ଯୋଗୁଁ ସୋ’ରୁମ୍‌ରେ ବାଇକ୍‌ଗୁଡ଼ିକର କ୍ଷୟକ୍ଷତି ହୋଇଛି। ତେବେ କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଲା, ତାହା ଏଯାଏ ସ୍ପଷ୍ଟ ହୋଇନାହିଁ। ଅଗ୍ନିକାଣ୍ଡର ପ୍ରକୃତ କାରଣ ଓ କ୍ଷୟକ୍ଷତିର ପରିମାଣ ନେଇ ଯାଞ୍ଚ ଜାରି ରହିଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial