ଲଘୁଚାପ ପ୍ରଭାବରେ ୧୪ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ; ୧୮ ଜିଲ୍ଲାରେ ଦେଖାଯିବ ପ୍ରଭାବ ।

ସୋମବାର ଦିନ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହା ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର ଆଡକୁ ମୁହାଁଇବ। ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ଦିନକ ପରେ ତାପମାତ୍ରା ୨-୩ ଡିଗ୍ରୀ ହ୍ରାସ ପାଇବ। କିନ୍ତୁ ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର, ଭବାନୀପାଟଣା, ବଲାଙ୍ଗୀର, ଟିଟିଲାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ପାରଳାଖେମୁଣ୍ଡି ଓ ରାଉରକେଲାରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିବ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ୧୪ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ରହିବ ବୋଲି ଅନୁମାନ କରାଯାଉଛି। ଏହାର ପ୍ରଭାବରେ ରାଜ୍ୟରେ ସ୍ୱଳ୍ପ ମଧ୍ୟମ ଧରଣର ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ଓ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଆଜି ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ରାୟଗଡ଼ା, ଗଜପତି, ମାଲକାନଗିରି ଏବଂ କୋରାପୁଟ ଜିଲାକୁ କାଳବୈଶାଖୀଜନିତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୮ରୁ୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ରହିଛି। ୯ରୁ ୧୦ ତାରିଖ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଜିଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ୩୦-୪୦ କିମି ବେଗରେ ପବନ ବହିବାରେ ସମ୍ଭାବନା ରହିଛି। ୧୮ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଦେଖାଯିବ। ୧୬-୧୭ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)