ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ବଡ଼ ଘୋଷଣା। ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା। ୨ ପ୍ରତିଶତ ବୃଦ୍ଧି ପାଇଲା ମହଙ୍ଗା ଭତ୍ତା। ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବଢିଲା। ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ। ପେନସନଭୋଗୀଙ୍କ ଟି.ଆଇ.ରେ ମଧ୍ୟ ୨ ପ୍ରତିଶତ ବୃଦ୍ଧି ପାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ ବୋଲି ସୂଚନା ରହିଛି। ଏହାଦ୍ୱାରା ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ।
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ୨ପ୍ରତିଶତ ବୃଦ୍ଧି ପାଇଲା ମହଙ୍ଗା ଭତ୍ତା












Leave a Reply