ଆସନ୍ତା ୪ ଦିନ ଯାଏଁ କାଳବୈଶାଖୀ ନେଇ ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି। ରାଜ୍ୟରେ ଅନେକ ସ୍ଥାନରେ ବିଜୁଳି ଘଡଘଡ଼ି ସହ ହୋଇପାରେ ବର୍ଷା। ବିଜୁଳି ଘଡଘଡି ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଯାଜପୁର, କଟକ, ପୁରୀ ସମେତ ୧୦ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣ ବର୍ଷା ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।












Leave a Reply